13ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।
14ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।
15ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
16କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।
17ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;