4ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।
5ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।
6ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
7ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।