7ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
9ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
10ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
11ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।