8ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।
9ଯାହାର କର୍ଣ୍ଣ ଅଛି, ସେ ଶୁଣୁ।
10“କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
11ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
12ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।