10“କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
11ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
12ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।
13ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ।
14ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।