1ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।
2ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।
3ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
4ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?
5ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।