4ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?
5ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
6ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।
7ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
8ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।