ପ୍ରକାଶିତ 14

ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।

Revelation 14:1 (UKJV) And I looked, and, lo, a Lamb stood on the mount Sion, and with him an hundred forty and four thousand, having his Father's name written in their foreheads.

1ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।

2ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି।

3ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.