9ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
10ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
11ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।
12ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।
13ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।