ପ୍ରକାଶିତ 14

ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।

Revelation 14:13 (UKJV) And I heard a voice from heaven saying unto me, Write, Blessed are the dead which die in the Lord from henceforth: Yea, says the Spirit, that they may rest from their labours; and their works do follow them.

11ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।

12ଏଠାରେ ସାଧୁମାନଙ୍କର, ଅର୍ଥାତ୍‍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।

13ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।

14ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।

15ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.