17ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା।
18ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।
19ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।
20ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।