ପ୍ରକାଶିତ 14

ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।

Revelation 14:5 (UKJV) And in their mouth was found no guile: for they are without fault before the throne of God.

3ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।

4ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;

5ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।

6ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,

7ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.