ପ୍ରକାଶିତ 14

ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।

Revelation 14:8 (UKJV) And there followed another angel, saying, Babylon is fallen, is fallen, that great city, because she made all nations drink of the wine of the wrath of her fornication.

6ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,

7ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।

8ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।

9ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,

10ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.