ପ୍ରକାଶିତ 15

ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”

Revelation 15:4 (UKJV) Who shall not fear you, O Lord, and glorify your name? for you only are holy: for all nations shall come and worship before you; for your judgments are made manifest.

2ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।

3ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।

4ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”

5ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା,

6ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.