ପ୍ରକାଶିତ 16

ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।

Revelation 16:19 (UKJV) And the great city was divided into three parts, and the cities of the nations fell: and great Babylon came in remembrance before God, to give unto her the cup of the wine of the fierceness of his wrath.

17ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା।

18ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।

19ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।

20ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।

21ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.