3ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।
4ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା।
5ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, “ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;
6ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”
7ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”