1ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
2ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।
3ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।