8ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।
9ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
10ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।
11ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।
12ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।