12ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
13ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।
14ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
15ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
16ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;