14ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
15ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
16ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
17କାରଣ ଈଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ସେମାନଙ୍କ ମନରେ ସୂଚାଇ ଦେଲେ।
18ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।