8ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”
9ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;
10ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”
11“ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟ-ଦ୍ରବ୍ୟ ଆଉ କ୍ରୟ କରିବ ନାହିଁ,
12ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,