ପ୍ରକାଶିତ 18

ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,

Revelation 18:15 (UKJV) The merchants of these things, which were made rich by her, shall stand far off for the fear of her torment, weeping and wailing,

13ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।

14ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।

15ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,

16‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।

17କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.