17କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,
18ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?
19ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।
20ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”
21ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।