19ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।
20ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”
21ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
22ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
23ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,