21ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
22ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
23ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
24ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”