1ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।
2ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।
3କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”
4ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;
5କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।