ପ୍ରକାଶିତ 18

ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;

Revelation 18:4 (UKJV) And I heard another voice from heaven, saying, Come out of her, my people, that all of you be not partakers of her sins, and that all of you receive not of her plagues.

2ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।

3କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”

4ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;

5କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।

6ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.