3କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”
4ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;
5କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।
6ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।
7ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।