ପ୍ରକାଶିତ 18

ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;

Revelation 18:9 (UKJV) And the kings of the earth, who have committed fornication and lived deliciously with her, shall mourn for her, and lament for her, when they shall see the smoke of her burning,

7ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।

8ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”

9ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;

10ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”

11“ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟ-ଦ୍ରବ୍ୟ ଆଉ କ୍ରୟ କରିବ ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.