1ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,
2କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”
3ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”