ପ୍ରକାଶିତ 19

ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।

Revelation 19:12 (UKJV) His eyes were as a flame of fire, and on his head were many crowns; and he had a name written, that no man knew, but he himself.

10ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”

11ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।

12ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।

13ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।

14ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.