13ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।
14ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।
15ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
16ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
17ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,