16ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
17ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,
18ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।
19ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
20ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।