ପ୍ରକାଶିତ 19

ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।

Revelation 19:21 (UKJV) And the remnant were slain with the sword of him that sat upon the horse, which sword proceeded out of his mouth: and all the fowls were filled with their flesh.

19ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।

20ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।

21ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.