ପ୍ରକାଶିତ 19

ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”

Revelation 19:3 (UKJV) And again they said, Alleluia And her smoke rose up for ever and ever.

1ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,

2କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”

3ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”

4ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍‍ ହାଲ୍ଲିଲୂୟା।”

5ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.