4ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍ ହାଲ୍ଲିଲୂୟା।”
5ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”
6ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି।
7ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
8ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”