7ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
8ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”
9ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”
10ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”
11ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।