16ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
17ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”
18“ଥୁୟାଥିରା ମଣ୍ଡଳୀର ଦୂତ ନିକଟକୁ ଲେଖ: ଈଶ୍ବରଙ୍କ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ଏବଂ ସେ ଏହା କହନ୍ତି,
19ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।
20ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।