ପ୍ରକାଶିତ 2

ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।

Revelation 2:3 (UKJV) And have borne, and have patience, and for my name's sake have laboured, and have not fainted.

1“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,

2ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,

3ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।

4ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।

5ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.