1ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା।
2ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
3ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।