ପ୍ରକାଶିତ 20

ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।

Revelation 20:11 (UKJV) And I saw a great white throne, and him that sat on it, from whose face the earth and the heaven fled away; and there was found no place for them.

9ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।

10ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।

11ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।

12ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।

13ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.