ପ୍ରକାଶିତ 20

ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।

Revelation 20:14 (UKJV) And death and hell were cast into the lake of fire. This is the second death.

12ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।

13ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।

14ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।

15ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.