ପ୍ରକାଶିତ 20

ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।

Revelation 20:3 (UKJV) And cast him into the bottomless pit, and shut him up, and set a seal upon him, that he should deceive the nations no more, till the thousand years should be fulfilled: and after that he must be loosed a little season.

1ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା।

2ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,

3ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।

4ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।

5ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.