ପ୍ରକାଶିତ 20

ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।

Revelation 20:6 (UKJV) Blessed and holy is he that has part in the first resurrection: on such the second death has no power, but they shall be priests of God and of Christ, and shall reign with him a thousand years.

4ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।

5ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।

6ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।

7ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;

8ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍‍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.