1ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
2ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।
3ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,