ପ୍ରକାଶିତ 21

ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।

Revelation 21:11 (UKJV) Having the glory of God: and her light was like unto a stone most precious, even like a jasper stone, clear as crystal;

9ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।

10ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;

11ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।

12ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।

13ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.