ପ୍ରକାଶିତ 21

ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।

Revelation 21:13 (UKJV) On the east three gates; on the north three gates; on the south three gates; and on the west three gates.

11ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।

12ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।

13ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।

14ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।

15ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.