ପ୍ରକାଶିତ 21

ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।

Revelation 21:18 (UKJV) And the building of the wall of it was of jasper: and the city was pure gold, like unto clear glass.

16ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା।

17ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।

18ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।

19ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୁର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,

20ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.