ପ୍ରକାଶିତ 21

ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।

Revelation 21:2 (UKJV) And I John saw the holy city, new Jerusalem, coming down from God out of heaven, prepared as a bride adorned for her husband.

1ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।

2ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।

3ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,

4ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.