20ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।
21ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।
22ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।
23ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
24ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।